କରୋନା କାୟା ; ଦିନକରେ ନୂଆ ପଜିଟିଭ ଟପିଲା ୩ଲକ୍ଷ୪୯ହଜାର

ନୂଆଦିଲ୍ଲୀ : ଦେଶରେ କରୋନା ନିଜର କାୟା ବିସ୍ତାର କରିବାରେ ଲାଗିଛି। ଦୈନିକ ସଂକ୍ରମଣ ବିରାଟ ସମସ୍ୟା ପାଲଟିଛି। ଦିନକରେ ୩ଲକ୍ଷ୪୯ହଜାର୬୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୬୯,୬୦, ୧୭୨କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୨,୭୬୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୯୨,୩୧୧ରେ ପହଞ୍ଚିଛି। ୨୪ ଘଣ୍ଟାରେ ୨,୧୭,୧୧୩ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୪୦,୮୫,୧୧୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୬,୮୨,୭୫୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.