ଦେଶରେ ତଳମୁହାଁ ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ତଳମୁହାଁ କରୋନା ସଂକ୍ରମଣ। ଦିନକରେ ଆଉ ୪,୩୫୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୫,୦୨,୩୬୩କୁ ବୃଦ୍ଧି ପାଇଛି। ଆଉ ୫,୧୭୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୩୯,୩୦,୪୧୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୧%। ଚିକିତ୍ସାଧୀନ ଅବସ୍ଥାରେ ୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୮,୧୮୫ରେ ପହଞ୍ଚିଛି। ମୃତ୍ୟୁହାର ୧.୧୯%। ୪୩,୭୬୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୧୦%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Comments are closed.