ଦେଶରେ ସକ୍ରିୟ ଆକ୍ରାନ୍ତ ହାର ୦.୧୦%

ନୂଆଦିଲ୍ଲୀ : ଦେଶରେ ଆଉ ୬ ହଜାର ୨୯୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୫,୨୦,୧୯୦କୁ ବୃଦ୍ଧି ପାଇଛି। ଏହାସହ ଆଉ ୫ ହଜାର ୯୧୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୩୯,୪୭,୭୫୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୧%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୮,୨୭୩ରେ ପହଞ୍ଚିଛି। ମୃତ୍ୟୁହାର ୧.୧୯%। ଆଉ ୪୪,୧୬୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୧୦%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.