ହ୍ରାସ ପାଉଛି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ; ନୂଆ ପଜିଟିଭ ୧୬,୩୭୫, ମୃତ ୨୦୧

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା କିଛି ସପ୍ତାହ ହେବ ଲଗାତାର ହ୍ରାସ ପାଉଥିବା ଦେଖାଯାଇଛି। ଆକ୍ରାନ୍ତଙ୍କ ଅପେକ୍ଷା ଆରୋଗ୍ୟ ହାର ବେଶ ବୃଦ୍ଧି ପାଇଛି। ଦେଶରେ ୨୪ ଘଣ୍ଟାରେ ୧୬,୩୭୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ୨୦୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୯ ହଜାର ୮୫୦ରେ ପହଞ୍ଚିଛି। ଦିନକରେ ୨୯,୦୯୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମୋଟ ୯୯,୭୫,୯୫୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨,୩୧,୦୩୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ମୋଟ ପଜିଟିଭ ସଂଖ୍ୟା ୧,୦୩,୫୬,୮୪୫କୁ ବୃଦ୍ଧି ପାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.