ଓଡିଶାରେ କରୋନା ; ଚିହ୍ନଟ ହେଲେ ୨୮ ନୂଆ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୩,ସଙ୍ଗରୋଧରୁ ୧୭,ସ୍ଥାନୀୟ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୮୦୧କୁ ବୃଦ୍ଧି ପାଇଛି। ମୋଟ ୧୨,୭୮,୪୧୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୦୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।


୧୧ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୧, ବାଲେଶ୍ୱର ୧, ବଲାଙ୍ଗୀର ୨, କଟକ ୨, ଗଞ୍ଜାମ ୧, ଜଗତସିଂହପୁର ୧, କେନ୍ଦ୍ରାପଡା ୨, ଖୋର୍ଦ୍ଧା ୭, ମୟୁରଭଞ୍ଜ ୩, ସମ୍ବଲପୁର ୪, ସୁନ୍ଦରଗଡ ୨ ଓ ଷ୍ଟେଟ ପୁଲରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Comments are closed.