ରାଜ୍ୟରେ ୮ଜିଲାରୁ ୧୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ୧୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨,ସଙ୍ଗରୋଧରୁୁ ୬ ଓ ସ୍ଥାନୀୟ ସଂକ୍ରମିତ ୪।


୮ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୧, ଭଦ୍ରକ ୧, କଟକ ୧, କେନ୍ଦ୍ରାପଡା ୧, ଖୋର୍ଦ୍ଧା ୩, ନୂଆପଡା ୧, ସମ୍ବଲପୁର ୧, ସୁନ୍ଦରଗଡରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୦୮୫କୁ ବୃଦ୍ଧି ପାଇଛି। ୧୨,୭୮,୮୧୪ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୯୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Comments are closed.