ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ୧୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨ ସଙ୍ଗରୋଧରୁ ୮ ଓ ସ୍ଥାନୀୟ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୧୧୭କୁ ବୃଦ୍ଧି ପାଇଛି। ସେହିପରି ୧୨,୭୮,୮୩୯ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୯୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।


୯ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବରଗଡରୁ ୧, ବଲାଙ୍ଗୀର ୨, ଦେଓଗଡ ୧, ଗଜପତି ୩, ଯାଜପୁର ୧, କନ୍ଧମାଳ ୨, ଖୋର୍ଦ୍ଧା ୨, ନୂଆପଡା ୧, ସମ୍ବଲପୁରରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Comments are closed.