ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୭ହଜାର ୪୧୬କୁ ବୃଦ୍ଧି ; ଦିନକରେ ୭୩, ୨୭୨ଆକ୍ରାନ୍ତ

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ପୂର୍ବ ଅପେକ୍ଷା ଦେଶରେ କରୋନା ଜନିତ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ପାଇଥିବା ଦେଖିବାକୁ ମିଳିଛି। ଦେଶରେ ୨୪ ଘଣ୍ଟାରେ ୭୩, ୨୭୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୯୨୬ ଜଣଙ୍କ ମୃତ୍ୟୁ ହୋଇଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୭ହଜାର ୪୧୬ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯ ଲକ୍ଷ ୭୯ ହଜାର ୪୨୪କୁ ବୃଦ୍ଧି ପାଇଛି। ୮,୮୩,୧୮୫ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୫୯,୮୮,୮୨୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Comments are closed.