କୋଭିଡ୍‌-୧୯: ରାଜ୍ୟରେ ସୁସ୍ଥ ହେଲେଣି ୩୫

ଭୁବନେଶ୍ବର: ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨୨୮୧୬ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ସେଥିମଧ୍ୟରେ ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୦୩ ଜଣ ରୋଗୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।  ତେବେ କରୋନା ପଜିଟିଭ୍‌ ପରେ ରାଜ୍ୟର ବିଭିନ୍ନ ସ୍ଥାନରେ କୋଭିଡ୍‌ ହସ୍‌ପିଟାଲ୍‌ରେ  ଚିକିତ୍ସିତ ହେଉଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି।  ଜଣେ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଥିବାବେଳେ ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୬୭ ରହିଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.