ଖୁସି ଖବର : ରାଜ୍ୟରେ ସୁସ୍ଥ ହେଲେ ଆଉ ୭୯ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୮୧୨କୁ ବୃଦ୍ଧି

ଭୁବନେଶ୍ଵର : ରାଜ୍ୟରେ ବୁଧବାର ଆଉ ୭୯ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏଥିସହିତ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୮୧୨କୁ ବୃଦ୍ଧି ପାଇଛି। ଗଂଜାମ ଜିଲ୍ଲାରୁ ୧୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ ଜଣ, ଯାଜପୁରରୁ ୫, କଟକରୁ ୪, ଭଦ୍ରକରୁ ୨୮, କେନ୍ଦୁଝର ୩, ଖୋର୍ଦ୍ଧାରୁ ୨ଜଣ, ବଲାଙ୍ଗୀରରୁ ୨ ଏବଂ ପୁରୀ ଜିଲାରୁ ୭ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି।

Comments are closed.