କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୧୦ ମାମଲା, ୧୮ ଗିରଫ

ଭୁବନେଶ୍ବର : ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୦ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୬ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୩ଟି ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ ପାଇଁ ଏବଂ ୧ଟି ଗୁଜବ ପ୍ରଚାର ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୧୮ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.