ଭୁବନେଶ୍ଵରରୁ ଆଜି ୩୪୯ ଆକ୍ରାନ୍ତ, ୩୭୩ ସୁସ୍ଥ

ଭୁବନେଶ୍ଵର : ରାଜଧାନୀ  ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୩୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ୩୭୩ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୧୨୦ ଜଣ ଚିହ୍ନଟ ହୋଇଥିବାବେଳେ ୨୨୯ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯୮୯୩ରେ ପହଞ୍ଚିଛି। ଏଥିମଧ୍ୟରୁ ୩୬୮୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୬୧୧୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୬ ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଭୁବନେଶ୍ଵର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.