ଭୁବନେଶ୍ଵରରୁ ଆଜି ୩୨୬ ଆକ୍ରାନ୍ତ, ୩୯୨ ସୁସ୍ଥ

ଭୁବନେଶ୍ଵର : ରାଜଧାନୀ  ଭୁବନେଶ୍ୱରରୁ ଶୁକ୍ରବାର ଆଉ ୩୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ୩୯୨ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୭୦ ଜଣ ଚିହ୍ନଟ ହୋଇଥିବାବେଳେ ୨୫୬ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ୨୧୯ରେ ପହଞ୍ଚିଛି। ଏଥିମଧ୍ୟରୁ ୩ ହଜାର ୬୧୨ଟି ଆକ୍ଟିଭ୍‌ କେସ୍‌ ରହିଥିବାବେଳେ ୧୬ ହଜାର ୫୧୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୮୦ ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଭୁବନେଶ୍ଵର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.