ଭୁବନେଶ୍ଵରରୁ ଆଜି ୩୧୯ ଆକ୍ରାନ୍ତ, ୩୧୫ ସୁସ୍ଥ

ଭୁବନେଶ୍ଵର : ରାଜଧାନୀ  ଭୁବନେଶ୍ୱରରୁ ରବିବାର ଆଉ ୩୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ୩୧୫ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୯୨ ଜଣ ଚିହ୍ନଟ ହୋଇଥିବାବେଳେ ୨୨୭ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ହଜାର ୫୪୯ରେ ପହଞ୍ଚିଛି। ଏଥିମଧ୍ୟରୁ ୩ ହଜାର ୫୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବାବେଳେ ୧୯ ହଜାର ୮୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୪ ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଭୁବନେଶ୍ଵର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.