ଭୁବନେଶ୍ୱରରୁ ଆଉ ୨୧୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର ଭୁବନେଶ୍ୱରରୁ ଶନିବାର ଆଉ ୨୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୯୯୫ରେ ପହଞ୍ଚିଛି। ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୫୫ ଜଣ ରହିଥିବାବେଳେ ୧୬୧ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏହାସହ ଆଜି ୩୦୭ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ଵର ମହାନଗର ନିଗମ(ବଏମସି) ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.