କରୋନା ଅପଡେଟ୍ : ୩୧,୬୯୬ ନମୁନା ପରୀକ୍ଷା, ୧୨୮ପଜିଟିଭ

୧୪ ଜିଲ୍ଲାରେ କରୋନା ପ୍ରଭାବ

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗୁରୁବାର ସୁଦ୍ଧା ୧୨୮ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା୩୧ହଜାର ୬୯୬ଜଣଙ୍କର ନମୁନା ପରୀକ୍ଷା କରାଯାଇଛି । ଯେଉଁଥିରୁ ୧୨୮ପଜିଟିଭ ଚିହ୍ନଟ  ହୋଇଥିବା ଜଣାପଡିଛି । ସଂକ୍ରମିତ ୧୨୮ଙ୍କ ମଧ୍ୟରୁ ୮୮ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ୩୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଜଣଙ୍କର ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଗୁରୁବାର ସୁଦ୍ଧା ରାଜ୍ୟର ୧୪ଟି ଜିଲ୍ଲାରେ କରୋନାର ପ୍ରଭାବ ଦେଖିବାକୁ ମିଳିଛି। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୪୭ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଥିବାବେଳେ ଯାଜପୁରରେ ଏହି ସଂଖ୍ୟା ୨୨ରେ ପହଞ୍ଚିଛି । ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ୧୯ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ ଜିଲ୍ଲାରେ ୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ କେନ୍ଦ୍ରାପଡା ଓ କଳାହାଣ୍ଡି ଜିଲ୍ଲାରେ ୨ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସେହିପରି କଟକ, ଢେଙ୍କାନାଳ, କୋରାପୁଟ, ପୁରୀ, ଝାରସୁଗୁଡ଼ା, ଦେବଗଡ଼ ଓ କେନ୍ଦୁଝରରେ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ତେବେ ଗୁରୁବାର ସକାଳେ ୩ ନୂଆ କରୋନା ପଜିଟିଭ୍ ଯାଜପୁରରୁୁ ଚିହ୍ନଟ  ହୋଇଛନ୍ତି ।

Comments are closed.