ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୩ କରୋନା ଆକ୍ରାନ୍ତ ; ମୋଟ ଆରୋଗ୍ୟଙ୍କ ସଂଖ୍ୟା ୫,୭୦୫କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଶୁକ୍ରବାର ୨୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୫,୭୦୫କୁ ବୃଦ୍ଧି ହୋଇଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

 

ଆଜି ସୁସ୍ଥ ହୋଇଥିବା ଆରୋଗ୍ୟଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ – ୩୮, ଖୋର୍ଦ୍ଧା- ୩୭, କଟକ- ୧୮,  ଜଗତସିଂହପୁର- ୧୮,  ସମ୍ବଲପୁର- ୧୨, ସୁନ୍ଦରଗଡ଼- ୧୨, ଢେଙ୍କାନାଳ-୧୦, ଯାଜପୁର- ୮, ବରଗଡ଼- ୭, ମୟୁରଭଞ୍ଜ- ୬, ରାୟଗଡ଼ା- ୫, ପୁରୀ- ୨, ବାଲେଶ୍ବର ଓ କନ୍ଧମଳ ଜିଲାରୁ ୩ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ଦେବଗଡ଼, ଝାରସୁଗୁଡ଼ା, ମାଲକାନଗିରି, କେନ୍ଦୁଝର ଓ ନବରଙ୍ଗପୁର ଜିଲାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ।

Comments are closed.