ରାଜ୍ୟରେ ସୁସ୍ଥ ହେଲେ ୧୪୯ କରୋନା ଆକ୍ରାନ୍ତ, ଆରୋଗ୍ୟଙ୍କ ସଂଖ୍ୟା ୫,୫୦୨କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଗୁରୁବାର ଆଉ ୧୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୫,୫୦୨କୁ ବୃଦ୍ଧି ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

 

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରୁ ଗଞ୍ଜାମ- ୪୯, ଖୋର୍ଦ୍ଧା- ୨୪, ମୟୁରଭଞ୍ଜ- ୧୪, କଟକ- ୧୩, କଳାହାଣ୍ଡି ଓ କେନ୍ଦ୍ରାପଡା ଜିଲାରୁ ୬ଜଣ,  ରାୟଗଡ଼ା- ୫, ଅନୁଗୁଳ, ଝାରସୁଗୁଡା ଓ ସନ୍ଦରଗଡ଼ରୁ ୪ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ବଲାଙ୍ଗୀର, ଭଦ୍ରକ, ଯାଜପୁର ଓ ପୁରୀ ଜିଲାରୁ ୩ଜଣ,  ବାଲେଶ୍ବର, ଜଗତସିଂହପୁର ଓ ନୟାଗଡ ଜିଲାରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ଭଦ୍ରକ ଓ କୋରାପୁଟ ଜିଲାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ।

Comments are closed.