ରାଜ୍ୟରେ ଆଉ ୧୧ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ଶୁକ୍ରବାର କରୋନାରେ ଆଉ ୧୧ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦୮କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧାରୁ ୩ ଜଣ, କଟକରୁ ୨ ଜଣ, ଅନୁଗୁଳ, ଗଞ୍ଜାମ, ଝାରସୁଗୁଡା, କନ୍ଧମାଳ, ନୂଆପଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏଁ ସଂକ୍ରମିତ କରୋନାରେ ପ୍ରାଣ ହରାଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments
Loading...