କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଗଲା ଆଉ ୨ଜଣଙ୍କ ଜୀବନ । ମୃତକ ଖୋର୍ଦ୍ଧା ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଆଜିର ଦୁଇ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮, ୪୪୪ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ, ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୧୯୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଜନ୍ମରୁ ୧୮ ବର୍ଷ ମଧ୍ୟରେ ୩୪ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ୧୦୭ ରହିଛି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ୨୧୯ ଆକ୍ରାନ୍ତ । ରାଜ୍ୟରେ ମୋଟ ଆକ୍ଟିଭ କେସ ରହିଛି୧ହଜାର ୮୯୪। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୦,୫୨,୮୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୨୪୪୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୮୨୯୬୩୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed.