ରାଜ୍ୟରେ ଆଉ ୮ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ବର : ଆଜି ରାଜ୍ୟରେ ଆଉ ୮ ଜଣଙ୍କ ମୁଣ୍ଡ ନେଲା କରୋନା। ଆଜି ମୃତ୍ୟୁବରଣ କରିଥିବା ୮ ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୪ ଜଣ ଏବଂ ଖୋର୍ଦ୍ଧା, କଟକ, ପୁରୀ ଏବଂ ଢେଙ୍କାନାଳରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.