ରାଜ୍ୟରେ ଆଉ ୧୮ ମୁଣ୍ଡ ନେଲା କରୋନା

ଭୁବନେଶ୍ବର : ରାଜ୍ୟରେ ବୁଧବାର ଆଉ ୧୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୫୮କୁ ବୃଦ୍ଧି ପାଇଛି। ଆଜି ମୃତ୍ୟୁ ବରଣ କରିଥିବା ୧୮ ଜଣଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୪ ଜଣ, ନୟାଗଡ, ପୁରୀ ଏବଂ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେବଗଡ, ଯାଜପୁର, କନ୍ଧମାଳ, ଖୋର୍ଦ୍ଧା, କୋରାପୁଟ, ମୟୁରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.