ରାଜ୍ୟରେ ଥମୁନି କରୋନା ମୃତ୍ୟୁ, ନେଲା ଆଉ ୧୭ ଜୀବନ

ଭୁବନେଶ୍ବର: ରାଜ୍ୟରେ ଶନିବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୪୧୦କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଆଜି କରୋନାରେ ୧୭ଜଣ ମୃତକଙ୍କ ମଧ୍ୟରୁ ସର୍ବାଧିକ କଟକ, ମୟୁରଭଞ୍ଜ, ସମ୍ବଲପୁର, ବରଗଡ଼, ଓ ଭୁବନେଶ୍ବରରୁ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଖୋର୍ଦ୍ଧା, ପୁରୀ, ବାଲେଶ୍ବର, କୋରାପୁଟ, କଳାହାଣ୍ଡି, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Comments are closed.