ରାଜ୍ୟରେ ଆଉ ୧୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ଆଜି ସୁଦ୍ଧା କରୋନା ଜୀବନ ନେଲାଣି ୬୧୬

ଭୁବନେଶ୍ବର: ଓଡ଼ିଶାରେ ଦିନକୁ ଦିନ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ରାଜ୍ୟରେ ଆଜି ଆଉ ୧୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଆଜି ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬କୁ ବୃଦ୍ଧି ପାଇଛି। କଟକ ଜିଲାରୁ ସର୍ବାଧିକ ୩ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧା ଜିଲାରୁ ୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବଲାଙ୍ଗିର, ଯାଜପୁର, କେନ୍ଦୁଝର, ନୟାଗଡ଼ ରାୟଗଡ଼ା ଓ କନ୍ଧମାଳରୁ ଜଣେ ଲେଖାଏଁ କରୋନା ଆକାନ୍ତଙ୍କ ମୃତ୍ୟୁ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

Comments are closed.