ଥମୁନି ମୃତ୍ୟୁ : ରାଜ୍ୟରେ କରୋନା ନେଲା ଆଉ ୧୪ ଜୀବନ

ଭୁବନେଶ୍ବର: ରାଜ୍ୟରେ ଗୁରୁବାର କରୋନା ଆଉ ୧୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୩୭୮କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଆଜି କରୋନାରେ ୧୪ଜଣ ମୃତକଙ୍କ ମଧ୍ୟରୁ ସର୍ବାଧିକ ମୟୁରଭଞ୍ଜ ଓ ଭୁବନେଶ୍ବରରୁ ୩ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି କଟକ ଓ ସୁନ୍ଦରଗଡ ଜିଲାରୁ ୨ ଜଣଙ୍କର ମୃତ୍ୟୁ ହୋଇଛି। ଗଞ୍ଜାମ, ନୟାଗଡ, ନବରଙ୍ଗପୁର ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Comments are closed.