ଖସୁଛି ସଂକ୍ରମଣ, ଥମୁନି ମୃତ୍ୟୁ : ରାଜ୍ୟରେ କରୋନା ନେଲା ଆଉ ୧୨ ଜୀବନ

ଭୁବନେଶ୍ବର: ରାଜ୍ୟରେ ବୁଧବାର କରୋନା ଆଉ ୧୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୩୬୪କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଆଜି କରୋନାରେ ୧୨ ଜଣ ମୃତକଙ୍କ ମଧ୍ୟରୁ ମାଲକାନଗିରି ଓ ମୟୁରଭଞ୍ଜ ଜିଲାରୁ ସର୍ବାଧିକ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଭୁବନେଶ୍ବରରୁ ୨ ଜଣଙ୍କର ମୃତ୍ୟୁ ହୋଇଛି। ଝାରସୁଗୁଡ଼ା, ଯାଜପୁର, କେନ୍ଦୁଝର ଓ ରାୟଗଡା ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଅନ୍ୟପକ୍ଷରେ ରାଜ୍ୟରେ ୨୪ ଘଣ୍ଟାରେ ୧୪୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋିଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୮୫୫ ଓ ୬୧୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୫,୮୮୯କୁ ବୃଦ୍ଧି ହୋଇଛି।

Comments
Loading...