ରାଜ୍ୟରେ ଆଉ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ଆଜି ରାଜ୍ୟରେ ଆଉ ୦୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏଥିସହିତ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୫୩୧ରେ ପହଞ୍ଚିଛି। ୯ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ଦୁଇ ଜଣ, ଖୋର୍ଦ୍ଧା ଓ ଭୁବନେଶ୍ୱରରୁ ଜଣେ ଲେଖାଏଁ , ରାୟଗଡ଼ା ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.