ରାଜ୍ୟରେ କରୋନା ନେଲା ଆଉ ୮ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୬୪୫

ଭୁବନେଶ୍ବର: ରାଜ୍ୟରେ ମଙ୍ଗଳବାର କରୋନା ଆଉ ୮ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୪୫କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଆଜି କରୋନାରେ ୮ ଜଣ ମୃତକଙ୍କ ମଧ୍ୟରୁ କଟକ ଜିଲାରୁ ସର୍ବାଧିକ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ବୌଦ୍ଧ, ରାୟଗଡା, କନ୍ଧମାଳ, ସୁବର୍ଣ୍ଣପୁର ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Comments are closed.