ରାଜ୍ୟରେ ଆଉ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ବର : ରାଜ୍ୟରେ ଗୁରୁବାର ଆଉ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୭୪କୁ ବୃଦ୍ଧି ପାଇଛି। ଆଜି ୧୬ ମୃତକଙ୍କ ମଧ୍ୟରୁ ବାଲେଶ୍ୱର, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ ଲେଖାଏଁ, କଳାହାଣ୍ଡି, ମୟୁରଭଞ୍ଜ, ନୟାଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଝାରସୁଗୁଡା, ସୁନ୍ଦରଗଡରୁ ଜଣେ ଲେଖାଏଁ ରହିଛନ୍ତି ।ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.