ରାଜ୍ୟରେ ଆଉ ୧୭ ଜୀବନ ନେଲା କରୋନା

ଭୁବନେଶ୍ବର : ରାଜ୍ୟରେ ଶୁକ୍ରବାର ଆଉ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୯୧କୁ ବୃଦ୍ଧି ପାଇଛି। ଆଜି ୧୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, ପୁରୀ ଏବଂ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ମାଲକାନଗିରି, ବରଗଡ, କଳାହାଣ୍ଡି, କନ୍ଧମାଳ, ନୟାଗଡ ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.