ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା

ହଜାରେ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରେ ଶନିବାର କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ହଜାର ୬କୁ ବୃଦ୍ଧି ପାଇଛି। ଆଜି ମୃତ୍ୟୁ ବରଣ କରିଥିବା ୧୫ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ବଲାଙ୍ଗୀର, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.