ରାଜ୍ୟରେ ଆଉ ୧୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ବୁଧବାର କରୋନାରେ ଆଉ ୧୩ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୮୧କୁ ବୃଦ୍ଧି ପାଇଛି। ଆଜି ମୃତ୍ୟୁ ବରଣ କରିଥିବା ୧୩ ଜଣଙ୍କ ମଧ୍ୟରୁ ମୟୁରଭଞ୍ଜ ଜିଲାରୁ ୪ ଜଣ, ପୁରୀ ଜିଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଅନୁଗୋଳ, ନୂଆପଡା ଏବଂ ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.