ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ଶନିବାର କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୨୯କୁ ବୃଦ୍ଧି ପାଇଛି। ଆଜି ୧୫ ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ମୟୁରଭଞ୍ଜ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୋଳ, ବାଲେଶ୍ବର, ବରଗଡ, ଭଦ୍ରକ, ଗଜପତି, ଝାରସୁଗୁଡା, କନ୍ଧମାଳ, ପୁରୀ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.