ରାଜ୍ୟରେ କରୋନା ନେଲା ଆଉ ୧୫ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୭୬୭

ଭୁବନେଶ୍ବର: ରାଜ୍ୟରେ ଶୁକ୍ରବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୬୭କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଆଜି କରୋନାରେ ୧୫ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪ଜଣଙ୍କ ଜୀବନ ଯାଇଛି। ପୁରୀ ଜିଲାରୁ ୩ ଓ ମୟୁରଭଞ୍ଜ ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ବଲାଙ୍ଗିର, ରାୟଗଡ଼ା, କେନ୍ଦ୍ରାପଡ଼ା, କନ୍ଧମାଳ, ଅନୁଗୁଳ ଓ କଟକ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Comments are closed.