ରାଜ୍ୟରେ ଆଜି ଆଉ ୧୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର :ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ୧୦ ଦିନରେ ୧୦୯ ଜଣଙ୍କ ଜୀବନ ନେଲାଣି କରୋନା। ସୋମବାର ଆଉ ୧୪ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୬ ଜଣ ରହିଛନ୍ତି। ଖୋର୍ଦ୍ଧା ଓ ନୟାଗଡରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ ମୋଟ  କରୋନା ମୃତ୍ୟୁସଂଖ୍ୟା ୨୮୬ରେ ପହଞ୍ଚିଛି।

Comments are closed.