ରାଜ୍ୟରେ ଆଉ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଥିବା ଜଣାପଡିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା  ୪୧୯କୁ ବୃଦ୍ଧି ପାଇଛି। ଆଜି ୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲାରୁ ଦୁଇ ଜଣ, କଟକ, ନୟାଗଡ, ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.