ରାଜ୍ୟରେ ଆଉ ୧୩ କରୋନା ପଜିଟିଭଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୪୪୧

ଭୁବନେଶ୍ବର : ରାଜ୍ୟରେ ବୁଧବାର ସର୍ବାଧିକ ୧୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୪୧କୁ ବୃଦ୍ଧି ପାଇଛି । ୧୩ ମୃତକଙ୍କ ମଧ୍ୟରୁ ସମ୍ବଲପୁର, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଁଏ, ଗଞ୍ଜାମ, କଟକ ଜିଲ୍ଲାରୁ ୨ ଜଣ ଲେଖାଏଁ, କେନ୍ଦୁଝର, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed.