ଆଜି ରାଜ୍ୟରେ କରୋନା ନେଲା ଆଉ ୭ ଜୀବନ, ସମ୍ବଲପୁରରୁ ସର୍ବାଧିକ ୩ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ ଗୁରୁବାର ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି ହୋଇଛି। ଆଜି ୭ ଜଣ ପ୍ରାଣ ହରାଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସମ୍ବଲପୁର ଜିଲାରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ବରଗଡରୁ ୨ ଜଣ, ଭଦ୍ରକ ଓ ଖୋର୍ଦ୍ଧା ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Comments are closed.