ରାଜ୍ୟରେ କରୋନା ନେଲା ଆଉ ୧୩ ଜୀବନ, ପୁରୀରୁ ସର୍ବାଧିକ ୩ମୃତ

ଭୁବନେଶ୍ବର: ରାଜ୍ୟରେ ମଙ୍ଗଳବାର କରୋନା ଆଉ ୧୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୬୯କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଆଜି କରୋନାରେ ୧୩ ଜଣ ମୃତକଙ୍କ ମଧ୍ୟରୁ ପୁରୀ ଜିଲାରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ଘଟିଛି। ଗଞ୍ଜାମ, ରାୟଗଡ଼ା ଓ ମୟୁରଭଞ୍ଜ ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ଭୁବନେଶ୍ବର, କଟକ, କନ୍ଧମାଳ ଓ ସୋନପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Comments are closed.