ରାଜ୍ୟରେ କରୋନା ନେଲା ଆଉ ୪ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୧୮୩୬

ଭୁବନେଶ୍ବର: ରାଜ୍ୟରେ ରବିବାର କରୋନାରେ ଆଉ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୮୩୬କୁ ବୃଦ୍ଧି ହୋଇଛି। ୪ ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ମୟୁରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Comments are closed.