ରାଜ୍ୟରେ କରୋନା ନେଲା ଆଉ ୧୧ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୫୯୧

ଭୁବନେଶ୍ବର: ରାଜ୍ୟରେ ଗୁରୁବାର କରୋନା ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୯୧କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।


ସୂଚନା ଅନୁଯାୟୀ, ଆଜି କରୋନାରେ ୧୧ ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ ଓ ପୁରୀ ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଗଞ୍ଜାମ, କୋରାପୁଟ, ନୟାଗଡ, ରାୟଗଡ଼ା ଓ ଭଦ୍ରକ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Comments are closed.