ରାଜ୍ୟରେ କରୋନା ନେଲା ଆଉ ୧୫ ଜୀବନ, ଭୁବନେଶ୍ବରରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ବୁଧବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୩୬ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

 

ସୂଚନା ଅନୁଯାୟୀ, ଆଜି କରୋନାରେ ୧୫ ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ବରରୁ ସର୍ବାଧିକ ୪ ଜଣଙ୍କ ଜୀବନ ଯାଇଛି। ପୁରୀ ଓ ମୟୁରଭଞ୍ଜ ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ମୟୁରଭଞ୍ଜ, ବାଲେଶ୍ବର, ଢେଙ୍କାନାଳ, କନ୍ଧମାଳ, ମାଲକାନଗିରି, ନୟାଗଡ଼ ଓ ନୂଆପଡ଼ା ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Comments are closed.