ରାଜ୍ୟରେ କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ବର: ରାଜ୍ୟରେ ସୋମବାର କରୋନାରେ ଆଉ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୮୮୫କୁ ବୃଦ୍ଧି ହୋଇଛି। ୨ ଜଣ ମୃତକଙ୍କ ମଧ୍ୟରୁ ବାଲେଶ୍ବର ଓ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସେହିପରି, ରାଜ୍ୟରେ ଆଉ ୧୮୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୦୬ ଓ ୭୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ପଜିଟିଭଙ୍କ ସଂଖ୍ୟା ୩,୩୦,୪୯୨କୁ ବୃଦ୍ଧି ହୋଇଛି।

Comments are closed.