ରାଜ୍ୟରେ କରୋନା ନେଲା ଆଉ ୧୫ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୧,୪୬୯

ଭୁବନେଶ୍ବର: ରାଜ୍ୟରେ ବୁଧବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୪୬୯କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

 

ସୂଚନା ଅନୁଯାୟୀ, ଆଜି କରୋନାରେ ୧୫ଜଣ ମୃତକଙ୍କ ମଧ୍ୟରୁ ସର୍ବାଧିକ ବାଲେଶ୍ବର ଜିଲାରୁ ୪ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି କଟକରୁ ୩ ଜଣ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଅନୁଗୁଳ, ଭୁବନେଶ୍ବର, ମୟୁରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Comments are closed.