ରାଜ୍ୟରେ ପୁଣି କରୋନା ନେଲା ଆଉ ୧୭ ଜୀବନ, ସର୍ବାଧିକ ଭୁବନେଶ୍ବରରୁ ୪ ମୃତ

ଭୁବନେଶ୍ବର: ରାଜ୍ୟରେ ଗୁରୁବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୦୮୯କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଆଜି କରୋନାରେ ୧୭ ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ବରରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଟକ ଜିଲାରୁ ୩ଜଣ, ସୁନ୍ଦରଗଡ଼ ଓ ଗଞ୍ଜାମ ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ନୟାଗଡ଼, ଯାଜପୁର, ବାଲେଶ୍ବର, ବୌଦ୍ଧ, କଳାହାଣ୍ଡି ଓ ରାଉରକେଲାରୁ ଜଣେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Comments are closed.