ରାଜ୍ୟରେ ୬ଶହ ଟପିଲା କରୋନା ମୃତ୍ୟୁ ସଂଖ୍ୟା; ୨୪ ଘଣ୍ଟାରେ ୧୪ ମୃତ

ଭୁବନେଶ୍ବର: ରାଜ୍ୟରେ ଶୁକ୍ରବାର ମୋଟ ମୃତ୍ୟୁ ସଂଖ୍ୟା ୬ଶହ ପାର କରିଛି। ୨୪ ଘଣ୍ଟାରେ କରୋନା ଆଉ ୧୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬୦୫ରେ ପହଞ୍ଚିଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।


ସୂଚନା ଅନୁଯାୟୀ, ଆଜି କରୋନାରେ ୧୪ ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫ ଜଣଙ୍କର ମୃତ୍ୟୁ ଘଟିଛି। ପୁରୀ ଜିଲାରୁ ୩ ଓ ମୟୁରଭଞ୍ଜରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି କଟକ, କଳାହାଣ୍ଡି, କୋରାପୁଟ ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Comments are closed.