ରାଜ୍ୟରେ କରୋନା ନେଲା ଆଉ ୧୬ ଜୀବନ, ଭୁବନେଶ୍ବରରୁ ୩ ମୃତ

ଭୁବନେଶ୍ବର: ରାଜ୍ୟରେ ଶନିବାର କରୋନା ଆଉ ୧୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୮୩କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଆଜି କରୋନାରେ ୧୬ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪ଜଣଙ୍କ ଜୀବନ ଯାଇଛି। ଖୋର୍ଦ୍ଧା ଜିଲାରୁ ୪ ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ବରର ୩ଜଣ ରହିଛନ୍ତି। ପୁରୀ ଓ କରୋପୁଟ ଜିଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ବଲାଙ୍ଗିର, ବାଲେଶ୍ବର, କଟକ, ଜଗତସିଂହପୁର, ଯାଜପୁର ଓ ମୟୁରଭଞ୍ଜ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Comments are closed.