ରାଜ୍ୟରେ ୮ଶହ ଟପିଲା କରୋନା ମୃତ୍ୟୁ ସଂଖ୍ୟା, ଆଜି ଆଉ ୧୬ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ସୋମବାର କରୋନା ଆଉ ୧୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ଶହ ପାରକରି ୮୧୩ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।


ସୂଚନା ଅନୁଯାୟୀ, ଆଜି କରୋନାରେ ୧୬ ଜଣ ମୃତକଙ୍କ ମଧ୍ୟରୁ ବୋଲେଶ୍ବର ଜିଲାରୁ ସର୍ବାଧିକ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ଯାଇଛି। ପୁରୀ, ଖୋର୍ଦ୍ଧା ଓ ମୟୁରଭଞ୍ଜ ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ବଲାଙ୍ଗିର, ଢେଙ୍କାନାଳ, କଟକ ଓ କନ୍ଧମାଳ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Comments are closed.