ରାଜ୍ୟରେ କରୋନା ନେଲା ଆଉ ୧୨ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୧୩୫୨

ଭୁବନେଶ୍ବର: ରାଜ୍ୟରେ ମଙ୍ଗଳବାର କରୋନା ଆଉ ୧୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୩୫୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଆଜି କରୋନାରେ ୧୨ ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ବର ଓ ଢେଙ୍କାନାଳରୁ ସର୍ବାଧିକ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ନୂଆପଡା, ସୁନ୍ଦରଗଡ, କଟକ, ଜହତସିଂହପୁର, ଖୋର୍ଦ୍ଧା, ଭଦ୍ରକ, ବାଲେଶ୍ବର ଓ କଳାହାଣ୍ଡି ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Comments are closed.