ରାଜ୍ୟରେ କରୋନା ନେଲା ଆଉ ୧୩ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୬୮୨

ଭୁବନେଶ୍ବର: ରାଜ୍ୟରେ ଶୁକ୍ରବାର କରୋନା ଆଉ ୧୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୮୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।


ସୂଚନା ଅନୁଯାୟୀ, ଆଜି କରୋନାରେ ୧୩ ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ପୁରୀ ଓ କେନ୍ଦ୍ରାପଡା ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବରଗଡ଼, କଟକ, ବଲାଙ୍ଗୀର, କନ୍ଧମାଳ ଓ ମୟୁରଭଞ୍ଜ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Comments are closed.